66ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
67ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
68ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ;
69ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;
70ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।