ପ୍ରଥମ ବଂଶାବଳୀ 7

ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।

1 Chronicles 7:1 (UKJV) Now the sons of Issachar were, Tola, and Puah, Jashub, and Shimrom, four.

1ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।

2ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍‍ସମ୍‍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।

3ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.