10ଯିଦୀୟେଲର ପୁତ୍ର ବିଲ୍ହନ୍ ଏବଂ ବିଲ୍ହନ୍ର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;
11ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
12ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ।
13ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ।
14ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।