11ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
12ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ।
13ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍, ଗୂନି, ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ।
14ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
15ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।