ପ୍ରଥମ ବଂଶାବଳୀ 7

ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।

1 Chronicles 7:16 (UKJV) And Maachah the wife of Machir bare a son, and she called his name Peresh; and the name of his brother was Sheresh; and his sons were Ulam and Rakem.

14ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।

15ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।

16ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।

17ଉଲମ୍‍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।

18ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.