17ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
18ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
19ଆଉ ଶମୀଦାର ପୁତ୍ର ଅହୀୟନ୍, ଶେଖମ୍, ଲିକ୍ହି ଓ ଅନୀୟାମ୍।
20ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,
21ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ, ଏସର୍ ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।