ପ୍ରଥମ ବଂଶାବଳୀ 7

ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।

1 Chronicles 7:22 (UKJV) And Ephraim their father mourned many days, and his brethren came to comfort him.

20ଇଫ୍ରୟିମର ପୁତ୍ର ଶୂଥେଲହ, ତାହାର ପୁତ୍ର ବେରଦ, ତାହାର ପୁତ୍ର ତହତ, ତାହାର ପୁତ୍ର ଇଲୀୟାଦା, ତାହାର ପୁତ୍ର ତହତ,

21ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।

22ଏହେତୁ ସେମାନଙ୍କ ପିତା ଇଫ୍ରୟିମ ଅନେକ ଦିନ ଶୋକ କଲା, ତେଣୁ ତାହାର ଭ୍ରାତୃଗଣ ତାହାକୁ ସାନ୍ତ୍ୱନା କରିବାକୁ ଆସିଲେ।

23ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।

24ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.