24ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
25ତାହାର ପୁତ୍ର ରେଫହ ଓ ରେଶଫ୍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;
26ତାହାର ପୁତ୍ର ଲାଦନ୍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;
27ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
28ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;