27ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।
28ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
29ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
30ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।
31ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ।