ପ୍ରଥମ ବଂଶାବଳୀ 7

ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।

1 Chronicles 7:30 (UKJV) The sons of Asher; Imnah, and Isuah, and Ishuai, and Beriah, and Serah their sister.

28ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;

29ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍‍ ଓ ତହିଁର ଉପନଗରସବୁ, ତାନକ୍‍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।

30ଆଶେରର ସନ୍ତାନଗଣ; ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କର ଭଗିନୀ ସେରହ।

31ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍‍କୀୟେଲ।

32ପୁଣି, ହେବର, ଯଫ୍ଲେଟ୍‍, ଶୋମର, ହୋଥମ୍‍ ଓ ସେମାନଙ୍କ ଭଗିନୀ ଶୂୟାକୁ ଜାତ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.