3ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।
4ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
5ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
6ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
7ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।