6ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
7ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।
8ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏସମସ୍ତେ ବେଖରର ସନ୍ତାନ।
9ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
10ଯିଦୀୟେଲର ପୁତ୍ର ବିଲ୍ହନ୍ ଏବଂ ବିଲ୍ହନ୍ର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;