ପ୍ରଥମ ବଂଶାବଳୀ 7

ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।

1 Chronicles 7:9 (UKJV) And the number of them, after their genealogy by their generations, heads of the house of their fathers, mighty men of valour, was twenty thousand and two hundred.

7ଆଉ ବେଲାର ପୁତ୍ରଗଣ; ଇଷବୋନ୍‍, ଉଷି, ଉଷୀୟେଲ, ଯିରେମୋତ୍‍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।

8ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏସମସ୍ତେ ବେଖରର ସନ୍ତାନ।

9ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।

10ଯିଦୀୟେଲର ପୁତ୍ର ବିଲ୍‍ହନ୍‍ ଏବଂ ବିଲ୍‍ହନ୍‍‍ର ପୁତ୍ରଗଣ ଯିୟୂଶ୍‍, ବିନ୍ୟାମୀନ୍, ଏହୂଦ, କନାନା, ସେଥନ୍‍, ତର୍ଶୀଶ୍‍ ଓ ଅହୀଶହର;

11ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.