9ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
10ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍, ଯାଖୀନ୍
11ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
12ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
13ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।