14ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
15ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
16ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
17ଆଉ ଦ୍ୱାରପାଳ, ଶଲ୍ଲୁମ୍, ଅକ୍କୂବ, ଟଲ୍ମୋନ, ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା।
18ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।