ପ୍ରଥମ ବଂଶାବଳୀ 9

ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।

1 Chronicles 9:17 (UKJV) And the porters were, Shallum, and Akkub, and Talmon, and Ahiman, and their brethren: Shallum was the chief;

15ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ

16ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।

17ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।

18ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।

19ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.