ପ୍ରଥମ ବଂଶାବଳୀ 9

ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।

1 Chronicles 9:2 (UKJV) Now the first inhabitants that dwelt in their possessions in their cities were, the Israelites, the priests, Levites, and the Nethinims.

1ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।

2ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।

3ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,

4ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.