20ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
21ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
22ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
23ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
24ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।