23ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
24ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
25ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
26କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
27ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।