ପ୍ରଥମ ବଂଶାବଳୀ 9

ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।

1 Chronicles 9:30 (UKJV) And some of the sons of the priests made the ointment of the spices.

28ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।

29ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।

30ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।

31ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍‍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।

32ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.