9ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
10ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
11କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।
12ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
13ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?