୧ କରିନ୍ଥୀୟ 1

କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,

1 Corinthians 1:14 (UKJV) I thank God that I baptized none of you, but Crispus and Gaius;

12ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।

13ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ?

14କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,

15ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।

16ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.