୧ କରିନ୍ଥୀୟ 1

ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।

1 Corinthians 1:16 (UKJV) And I baptized also the household of Stephanas: besides, I know not whether I baptized any other.

14କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,

15ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।

16ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।

17କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।

18କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.