18କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।
19ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
20ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି?
21କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
22କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,