21କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
22କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,
23କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
24କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।
25ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।