୧ କରିନ୍ଥୀୟ 1

କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।

1 Corinthians 1:24 (UKJV) But unto them which are called, both Jews and Greeks, Christ the power of God, and the wisdom of God.

22କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,

23କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,

24କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।

25ଯେଣୁ ଈଶ୍ବରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ବରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ।

26କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.