୧ କରିନ୍ଥୀୟ 1

ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।

1 Corinthians 1:29 (UKJV) That no flesh should glory in his presence.

27କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,

28ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,

29ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।

30କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।

31ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.