1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,
2କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
3ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
4ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
5କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;