3ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
4ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
5କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
6ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।
7ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;