6ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।
7ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
8ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
9ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
10ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।