୧ କରିନ୍ଥୀୟ 10

ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?

1 Corinthians 10:16 (UKJV) The cup of blessing which we bless, is it not the communion of the blood of Christ? The bread which we break, is it not the communion of the body of Christ?

14ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।

15ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।

16ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?

17କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।

18ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.