18ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
19ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
20ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
21ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
22ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?