20ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
21ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
22ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
23ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
24କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।