୧ କରିନ୍ଥୀୟ 10

କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।

1 Corinthians 10:24 (UKJV) Let no man seek his own, but every man another's wealth.

22ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?

23ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।

24କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।

25ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,

26କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.