୧ କରିନ୍ଥୀୟ 10

କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।

1 Corinthians 10:26 (UKJV) For the earth is the Lord's, and the fullness thereof.

24କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।

25ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,

26କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।

27ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।

28କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.