1କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
2ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
3ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
4ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
5ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।