28କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
29ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
30ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
32ଯିହୁଦୀ ବା ଗ୍ରୀକ୍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,