୧ କରିନ୍ଥୀୟ 10

ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।

1 Corinthians 10:31 (UKJV) Whether therefore all of you eat, or drink, or whatsoever all of you do, do all to the glory of God.

29ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?

30ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?

31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।

32ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,

33ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.