୧ କରିନ୍ଥୀୟ 10

ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”

1 Corinthians 10:7 (UKJV) Neither be all of you idolaters, as were some of them; as it is written, The people sat down to eat and drink, and rose up to play.

5ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।

6ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।

7ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”

8ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।

9ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.