8କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି।
9ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।
10ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।
11ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,
12ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।