୧ କରିନ୍ଥୀୟ 11

ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।

1 Corinthians 11:12 (UKJV) For as the woman is of the man, even so is the man also by the woman; but all things of God.

10ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।

11ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,

12ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।

13ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?

14ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.