17କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି।
18କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
19ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
20ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
21କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।