18କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
19ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
20ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
21କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।
22କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।