22କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
23କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
24“ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
25ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
26କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।