26କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।
27ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।
28କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।
29କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
30ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।