29କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
30ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।
31କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
32ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।
33ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।