୧ କରିନ୍ଥୀୟ 11

ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।

1 Corinthians 11:32 (UKJV) But when we are judged, we are chastened of the Lord, that we should not be condemned with the world.

30ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।

31କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।

32ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।

33ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।

34ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.