୧ କରିନ୍ଥୀୟ 11

ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।

1 Corinthians 11:4 (UKJV) Every man praying or prophesying, having his head covered, dishonours his head.

2ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।

3କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।

4ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।

5କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।

6କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.