4ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।
5କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।
6କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।
7ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ।
8କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି।