10ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।
11କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
12କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
13ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।
14କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।